Coronavirus Death Report: ଓଡ଼ିଶାରୁ ୬୪ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୯୨୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବରଗଡ଼ ରୁ ୧୦ଜଣ ମୃତ୍ୟୁବରଣ କରିଥିବାବେଳେ ବାଲେଶ୍ଵରରୁ ୮ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସୁନ୍ଦରଗଡରୁ ୭ଜଣ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମରୁ ୬ଜଣ ମୃତ୍ୟୁବରଣ କରିଛନ୍ତି। କନ୍ଧମାଳ ଏବଂ ସମ୍ବଲପୁର  ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବୌଦ, କଳାହାଣ୍ଡି, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ପୁରୀ, ନୂଆପଡ଼ା ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୯ ଲକ୍ଷ ୧୫ହଜାର ୫୦୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୯ ହଜାର ୯୨୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୫୬୩ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୨୩ ହଜାର ୨୦୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧ ହଜାର ୭୪୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Odisha Lockdown: ରାଜ୍ୟରେ ବଢିଲା ୧ଅଗଷ୍ଟ ପର୍ଯ୍ୟନ୍ତ ଆଂଶିକ ଲକଡାଉନ

Share this: