Coronavirus in Odisha: ଓଡ଼ିଶାରେ କରୋନାରେ ଆଉ ୬୯ ଜଣଙ୍କ ମୃତ୍ୟୁ

Share this:

ଭୂବନେଶ୍ଵର: ଓଡ଼ିଶା (Odisha) ରେ ଆଉ ୬୯ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭ ହଜାର ୨୨୩ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କଟକରୁ ସର୍ବାଧିକ ୧୧ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବାବେଳେ ଜଗତସିଂହପୁରରୁ ୧୨ଜଣ ଏବଂ ଢେଙ୍କାନାଳ ଜିଲ୍ଲାରୁ ୮ଜଣ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ବେଳେ ଅନୁଗୁଳ, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ମୃତ୍ୟୁବରଣ କରିଛନ୍ତି। ନୟାଗଡରୁ ଜଣେ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୭୩ ଲକ୍ଷ ୪୪ ହଜାର ୬୦୮ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୯୯ ହଜାର ୧୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦୦୩ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୮୨ ହଜାର ୩୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯ ହଜାର ୫୭୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: