Coronavirus Death Report: ଓଡ଼ିଶାରୁ ଆଉ ୬୬ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ଆଉ ୬୬ଜଣଙ୍କ ଜୀବନ ନେଇଛି। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୮୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୧ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବରଗଡ଼ ଏବଂ ସୁନ୍ଦରଗଡରୁ ୧୦ଜଣ ମୃତ୍ୟୁବରଣ କରିଥିବାବେଳେ ବାଲେଶ୍ଵରରୁ ୮ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସମ୍ବଲପୁରରୁ ୭ଜଣ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବଲାଙ୍ଗୀର, କଟକ, ଜଗତସିଂପୁର, ଗଞ୍ଜାମ, ପୁରୀ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୮ ଲକ୍ଷ ୫ହଜାର ୨୬୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୭ ହଜାର ୮୫୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୬୦୫ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୨୦ ହଜାର ୬୪୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୨୯୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | NEET 2021: ଆସନ୍ତା ସେପ୍ଟେମ୍ୱର ୧୨ରେ NEET ପରୀକ୍ଷା

Share this: