Coronavirus India: ଗତ ୨୪ ଘଣ୍ଟାରେ ୩୮,୦୭୪ ଜଣ ନୂଆ ସଂକ୍ରମିତ, ୪୪୮ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୩୮,୦୭୪ ନୂଆ କରୋନା ପଜିଟିଭ (Corona Virus) ଚିହ୍ନଟ ହୋଇଛନ୍ତି। ଏଥିସହିତ ୪୪୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଅନୁସାରେ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧,୨୭,୦୫୯ ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫,୯୧,୭୩୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୫,୦୫,୨୬୫ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ୭୯,୫୯,୪୦୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪ ଘଣ୍ଟା ରେ ୪୨,୦୩୩ ଜଣ ସୁସ୍ଥ ହୋଇଛନ୍ତି।
ଭାରତରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ମଧ୍ୟ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି।
With 38,074 new #COVID19 infections, India's total cases surge to 85,91,731. With 448 new deaths, toll mounts to 1,27,059
— ANI (@ANI) November 10, 2020
Total active cases are 5,05,265 after a decrease of 4,408 in the last 24 hrs.
Total cured cases are 79,59,406 with 42,033 new discharges in the last 24 hrs pic.twitter.com/W0SUtgqE84
Also Read | School Reopen: ରାଜ୍ୟରେ ଆସନ୍ତା ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ