Odisha:ଆଜି ଓଡ଼ିଶାରୁ ୩୩୧୯ଜଣ Covid ପଜିଟିଭ ଚିହ୍ନଟ,କଟକରୁ ସର୍ବାଧିକ

Share this:

ଭୁବନେଶ୍ଵର: ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ୩ ହଜାର ୩୧୯ ଜଣ କରୋନା ସଂକ୍ରମିତ (Coronavirus)  ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ୧୮୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୪୨୩ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୫୬୬ଜଣ କରୋନା ସଂକ୍ରମିତ କଟକରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୧୧୬ଜଣ, ବାଲେଶ୍ଵରରୁ୩୯୭, ବରଗଡ଼ରୁ ୪୭ଜଣ, ଭଦ୍ରକରୁ ୧୬୩ଜଣ, ବଲାଙ୍ଗୀରିରୁ ୧୦ଜଣ, ବୌଦ୍ଧରୁ ୬ଜଣ, ଦେଓଗଡ଼ରୁ ୪ଜଣ, ଢେଙ୍କାନାଳରୁ ୬୯ଜଣ, ଗଜପତିରୁ ୧୨ଜଣ, ଗଞ୍ଜାମରୁ ୧୮ଜଣ, ଜଗତସିଂପୁରରୁ ୧୩୦ଜଣ, ଯାଜପୁରରୁ ୧୯୪ଜଣ, ଝାରସୁଗୁଡାରୁ ୧୧ଜଣ, କଳାହାଣ୍ଡିରୁ ୩୧ଜଣ, କନ୍ଧମାଳରୁ ୨୩ଜଣ, କେନ୍ଦ୍ରାପଡ଼ାରୁ ୧୩୪ଜଣ, କେଉଁଝରରୁ ୬୫ଜଣ, ଖୋର୍ଦ୍ଧାରୁ ୪୪୦ଜଣ, କୋରାପୁଟରୁ ୫୯ଜଣ, ମୟୁରଭଞ୍ଜରୁ ୧୯୯ଜଣ, ମାଲକାନଗିରିରୁ ୭୧ଜଣ, ନବରଙ୍ଗପୁରରୁ ୩୯ଜଣ, ନୟାଗଡ଼ରୁ ୧୧୧ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୧୭୫ଜଣ, ରାୟଗଡାରୁ ୪୩ଜଣ, ସମ୍ବଲପୁରରୁ ୨୯ଜଣ, ସୋନପୁରରୁ ୧୭ଜଣ, ସୁନ୍ଦରଗଡରୁ ୩୬ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୯୦ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୬ ଲକ୍ଷ ୨୦ହଜାର ୫୨୬ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୩ ହଜାର ୭୮୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୫୭୮ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୬୭ ହଜାର ୪୦୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୨ହଜାର ୪୦୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Microsoft Windows 11 ଲଞ୍ଚ, ଇନସ୍ଟଲ କରିହେବ Android ଆପ୍

[amazon_auto_links id=”9932″]

Share this: