Coronavirus in Odisha: ଓଡ଼ିଶାରେ କରୋନାରେ ଆଉ ୬୬ ଜଣଙ୍କ ମୃତ୍ୟୁ

Share this:

ଭୂବନେଶ୍ଵର: ଓଡ଼ିଶା (Odisha) ରେ ଆଉ ୬୬ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬ ହଜାର ୧୬୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୧୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବାବେଳେ କଟକ ଜିଲାରୁ ୧୦ଜଣ ଏବଂ ପୁରୀରୁ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ମୟୁରଭଞ୍ଜରୁ ୬ଜଣ ଏବଂ ଅନୁଗୁଳରୁ ୫ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଝାରସୁଗୁଡା ଏବଂ ଯାଜପୁରରୁ ୩ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ  କରିଛନ୍ତି। ସେହିପରି ବଲାଙ୍ଗୀରି, ଭଦ୍ରକ ଏବଂ ନୟାଗଡରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ ଏବଂ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ  କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୬୨ ଲକ୍ଷ ୮୯ ହଜାର ୧୩୦ ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୮୨ ହଜାର ୧୮୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୭୦୩ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୬୨ ହଜାର ୮୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୮୭୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

 

Share this: