Covid-19 Angul Updates: ଅନୁଗୁଳ ଜିଲ୍ଲାରୁ ଆଜି ୪୫୦ ଜଣ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୧୮୮ ଜଣ

Share this:

ଅନୁଗୁଳ:ଅନୁଗୁଳ (Angul) ଜିଲ୍ଲାରେ ପୁଣି ଆଜି ୪୫୦ଜଣ ନୂଆ କରୋନା ପଜିଟିଭ (Corona Positive) ଚିହ୍ନଟ ହୋଇଥିବାର ଜଣାପଡିଛି। ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ୪୧୧ରେ ପହଞ୍ଚିଛି। ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ  ସଂଖ୍ୟା ୪୧୩ ରେ ପହଂଚିଛି।

ଆଜି ଅନୁଗୁଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍‌ ଅଂଚଳରୁ ୧୦୨ଜଣ (୬୯ଜଣ ପୁରୁଷ ଓ ୩୩ଜଣ ମହିଳା), ତାଳଚେର ବ୍ଲକ୍ ଅଂଚଳରୁ ୬୪ଜଣ (୪୬ ଜଣ ପୁରୁଷ ଓ ୧୮ଜଣ ମହିଳା), କିଶୋରନଗର ବ୍ଳକ୍ ଅଂଚଳରୁ ୬୩ଜଣ (୩୬ଜଣ ପୁରୁଷ ଓ୨୭ ଜଣ ମହିଳା), ଛେଣ୍ଡିପଦା ବ୍ଳକ୍‌ ଅଂଚଳରୁ ୪୮ଜଣ (୩୪ଜଣ ପୁରୁଷ ଓ୧୪ ଜଣ ମହିଳା), କଣିହାଁ ବ୍ଳକ୍ ଅଂଚଳରୁ ୪୦ଜଣ (୩୩ଜଣ ପୁରୁଷ ଓ ୭ ଜଣ ମହିଳା), ଅନୁଗୋଳ ପୌରାଞ୍ଚଳରୁ ୩୫ଜଣ (୨୪ଜଣ ପୁରୁଷ ଓ ୧୧ଜଣ ମହିଳା), ଅନୁଗୋଳ ବ୍ଲକ୍ ଅଂଚଳରୁ ୩୧ଜଣ (୨୧ ଜଣ ପୁରୁଷ ଓ୧୦ଜଣ ମହିଳା), ତାଳଚେର ପୌରାଞ୍ଚଳରୁ ୨୯ଜଣ (୧୮ଜଣ ପୁରୁଷ ଓ ୧୧ଜଣ ମହିଳା), ପାଳଲହଡା ବ୍ଳକ୍‌ ଅଂଚଳରୁ ୨୭ଜଣ (୨୧ଜଣ ପୁରୁଷ ଓ ୬ଜଣ ମହିଳା), ଆଠମଲ୍ଲିକ ବ୍ଲକ୍ ଅଂଚଳରୁ ୧୦ଜଣ (୭ ଜଣ ପୁରୁଷ ଓ ୩ଜଣ ମହିଳା) ଓ ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦରୁ ୧ଜଣ (୧ଜଣ ପୁରୁଷ) ଅଛନ୍ତି।

ଆଜି ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଙ୍କୁ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡ ଓ ତାଳଚେର କୋଭିଡ ହସପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୧୮୮ ଜଣ ସୁସ୍ଥ ହୋଇଛନ୍ତି।

amazon-adv

Also Read | Odisha Lockdown: ଓଡିଶାରେ ଲକଡାଉନ୍ ଲାଗୁ, କଣ ରହିବ ଖୋଲା, କଣ ରହିବ ବନ୍ଦ

Share this: