Covid Cases in Odisha: ଆଜି ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid-19 Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୨୪୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୯୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳ ଏବଂ ବାଲେଶ୍ଵରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୧୧ଜଣ, କଟକରୁ ୩୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୩ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ୧୬ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ଜଣେ, ଖୋର୍ଦ୍ଧାରୁ ୪୦ଜଣ, କୋରାପୁଟରୁ ୩ଜଣ, ମୟୂରଭଞ୍ଜରୁ ୨ଜଣ, ନବରଙ୍ଗପୁରରୁ ୧୧ଜଣ, ନୟାଗଡରୁ ୬ଜଣ, ନୂଆପଡ଼ାରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୪ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୧୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୯ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୩ ଲକ୍ଷ ୪୨ ହଜାର ୮୭୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୦ହଜାର ୪୩୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୯ ହଜାର ୩୭୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୧୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

mahimalive news

Read Also | Railway Recruitment 2022 Advt: ବିନା ପରୀକ୍ଷାରେ ଭାରତୀୟ ରେଳବାଇରେ ଚାକିରି, ଜାଣନ୍ତୁ ଯୋଗ୍ୟତା କ’ଣ?

Share this:

Leave a Reply

Your email address will not be published. Required fields are marked *