Covid-19: ଓଡ଼ିଶାରୁ ୬୫ଜଣଙ୍କ କରୋନାରେ ମୃତ୍ୟୁ, ଖୋର୍ଦ୍ଧାରୁ ୨୦ଜଣ
ଭୁବନେଶ୍ୱର: ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ଆଉ ୬୫ଜଣଙ୍କ ଜୀବନ ନେଇଛି। ଏହି କରୋନା ଆକ୍ରାନ୍ତମାନଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୭୯୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବରଗଡ଼ରୁ ୧୦ଜଣ ମୃତ୍ୟୁବରଣ କରିଥିବାବେଳେ ସୁନ୍ଦରଗଡରୁ ୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ପୁରୀରୁ ୬ଜଣ ମୃତ୍ୟୁବରଣ କରିଛନ୍ତି। ନବରଙ୍ଗପୁରରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ ଗଜପତିରୁ ୩ଜଣ ମୃତ୍ୟୁବରଣ କରିଛନ୍ତି। କନ୍ଧମାଳ, ମୟୁରଭଞ୍ଜ, ଝାରସୁଗୁଡା, ଗଞ୍ଜାମ ଏବଂ ବାଲେଶ୍ଵର ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂପୁର ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୭ ଲକ୍ଷ ୭୨ ହଜାର ୯୩୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୫ ହଜାର ୭୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୬୪୧ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୧୮ହଜାର ୪୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨ ହଜାର ୮୬୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
[amazon_auto_links id=”9932″]
Also Read | Human Life Span:ମଣିଷ କେତେ ବର୍ଷ ବଞ୍ଚିପାରିବ? ବୈଜ୍ଞାନିକମାନେ କଲେ ପ୍ରକାଶ