Covid-19: ଆଜି ରାଜ୍ୟରୁ ଆଉ ୩୯ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୩୯ ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୪୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ଜଣ ଅଛନ୍ତି।  ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ପୁରୀ ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମ, ଜଗତସିଂହପୁର ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବରଗଡ଼, ଢେଙ୍କାନାଳ, ନବରଂଗପୁର, ନୂଆପଡ଼ା ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୨୮ ଲକ୍ଷ ୯୯ ହଜାର ୮୫୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୬୬ହଜାର ୬୯୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫ହଜାର ୫୭୯ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୧୭ ହଜାର ୩୫୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୫ ହଜାର ୮୦୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। 

Also Read | ରାଜ୍ୟରେ ୧୪ ଦିନ ପାଇଁ ଆଂଶିକ Lockdown ଜାରି;କଣ ଖୋଲା,କଣ ରହିବ ବନ୍ଦ

[amazon_auto_links id=”9932″]

Share this: