Covid-19: ଓଡ଼ିଶାରୁ ସର୍ବାଧିକ ୬୮ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର:ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ଆଉ ୬୮ଜଣଙ୍କ ଜୀବନ ନେଇଛି। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୭୩୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମରୁ ୭ଜଣ ମୃତ୍ୟୁବରଣ କରିଥିବାବେଳେ ବରଗଡ଼ ଏବଂ ମୟୁରଭଞ୍ଜରୁ ୬ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସୁନ୍ଦରଗଡରୁ ୫ଜଣ ମୃତ୍ୟୁବରଣ କରିଛନ୍ତି। ପୁରୀରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ ଅନୁଗୁଳ  ଏବଂ ଯାଜପୁରରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।, ବଲାଙ୍ଗୀରି, କଟକ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦ୍ରାପଡ଼ା, କେନ୍ଦୁଝର ଏବଂ ନୟାଗଡ ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, କନ୍ଧମାଳ ଏବଂ ନୂଆପଡ଼ା  ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୭ ଲକ୍ଷ ୩ ହଜାର ୬୫୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୪୩ ହଜାର ୬୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୯୩୭ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୧୫ ହଜାର ୪୦୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୩ ହଜାର ୪୯୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | NEET 2021: ଆସନ୍ତା ସେପ୍ଟେମ୍ୱର ୧୨ରେ NEET ପରୀକ୍ଷା

Share this: