Coronavirus in Odisha: ଓଡ଼ିଶାରେ କରୋନାରେ ଆଉ ୬୯ ଜଣଙ୍କ ମୃତ୍ୟୁ

Share this:

ଭୂବନେଶ୍ଵର: ଓଡ଼ିଶା (Odisha) ରେ ଆଉ ୬୯ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬ ହଜାର ୧୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୨୩ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବାବେଳେ  କଟକ ଜିଲାରୁ ୯ ଜଣ ଏବଂ ପୁରୀରୁ ୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। କେନ୍ଦ୍ରାପଡ଼ାରୁ ୬ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ ଏବଂ ଜଗତସିଂପୁରରୁ ୩ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଏବଂ କଳାହାଣ୍ଡିରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବଲାଙ୍ଗୀରି ଏବଂ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ  କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୬୨ ଲକ୍ଷ ୨୩ ହଜାର ୮୨୧ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୮୦ ହଜାର ୮୬୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୭୮୫ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୬୦ ହଜାର ୩୮୬ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ହଜାର ୩୨୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *