Covid-19 Help: ପଶ୍ଚିମ ଓଡିଶାର ୧୧ଜିଲ୍ଲାକୁ ୨୫ କୋଟି ଟଙ୍କା କୋଭିଡ ସହାୟତା

Share this:

ଭୁବନେଶ୍ଵର: କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ଗତକାଲି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା (Western Odisha) ର ୧୧ଟି ଜିଲ୍ଲାରେ କୋଭିଡ (Covid-19) ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ଵତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା।

ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି। ଏହି ଅର୍ଥ ଦ୍ଵାରା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡା, ଝାରସୁଗୁଡା, ବୌଦ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣା ଯାଇଛି।

ଭେଣ୍ଟିଲେଟର, ଅକ୍‌ସିଜେନ୍‌ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

Also Read | LPG:ବର୍ତ୍ତମାନ HP ଗ୍ରାହକମାନେ ମଧ୍ୟ Indane ଗ୍ୟାସ ବୁକ୍ କରିପାରିବେ

[amazon_auto_links id=”9939″]

Share this: