Covid-19 Odisha Report: ଓଡ଼ିଶାରେ ପୁଣି କରୋନା ନେଲା ୬୭ ଜଣଙ୍କ ଜୀବନ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ଆଉ ୬୭ଜଣଙ୍କ ଜୀବନ ନେଇଛି କରୋନା (Coronavirus) । ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫ ହଜାର ୩୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵରରୁ ୮ଜଣ ଓ ବରଗଡ଼ରୁ ୭ଜଣ ଏବଂ ନବରଙ୍ଗପୁରରୁ ୬ଜଣ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, ପୁରୀ ଏବଂ ରାୟଗଡାରୁ ୫ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ  କନ୍ଧମାଳ ଏବଂ ମୟୁରଭଞ୍ଜ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।  କଳାହାଣ୍ଡି, କେନ୍ଦ୍ରାପଡ଼ା ଏବଂ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୩ ଲକ୍ଷ ୫୭ ହଜାର ୭୭୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୬୧ ହଜାର ୯୩୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ହଜାର ୯୪୩ଜଣ ସୁସ୍ଥ ହେବାସହିତ ମୋଟ ୯ ଲକ୍ଷ ୩୬ ହଜାର ୯୫୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯ ହଜାର ୬୨୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Odisha Weather Report: ରାଜ୍ୟରେ ହେବ ପ୍ରବଳ ବର୍ଷା; ୟେଲୋ ୱାର୍ଣ୍ଣିଂ ଜାରି

[amazon_auto_links id=”9932″]
Share this: