Odisha Report: ଓଡ଼ିଶାରେ ପୁଣି କରୋନା ନେଲା ୬୭ ଜଣଙ୍କ ଜୀବନ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ଆଉ ୬୭ଜଣଙ୍କ ଜୀବନ ନେଇଛି କରୋନା (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫ ହଜାର ୫୧୨ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ ଏବଂ କେନ୍ଦୁଝରୁ ୧୦ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସୁନ୍ଦରଗଡ ଜିଲ୍ଲାରୁ ୬ଜଣ ଏବଂ ପୁରୀରୁ ୫ଜଣ ମୃତ୍ୟୁବରଣ କରିଥିବାବେଳେ ଗଞ୍ଜାମ ଏବଂ ମୟୂରଭଞ୍ଜରୁ ୨ଜଣ ଲେଖାଏଁ ଆକ୍ରନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ଦେଓଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି  ଏବଂ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୫ ଲକ୍ଷ ୮୧ ହଜାର ୬୫୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୬୭ ହଜାର ୫୪୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ହଜାର ୮୬୫ଜଣ ସୁସ୍ଥ ହେବା

Also Read | Odisha News: ପୁଲିସ ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ୍ୟୁ

[amazon_auto_links id=”9932″]
Share this: