Covid-19: ଓଡ଼ିଶାରେ ପୁଣି ଆଜି ୫୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ଆଜି ପୁଣି କରୋନା (Coronavirus) ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ୫୦ ପାର କରିଛି। ରାଜ୍ୟରୁ ଆଜି ୫୧ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୨୯୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ଢେଙ୍କାନାଳ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। କଟକ, ଯାଜପୁର, ନୟାଗଡ, ସୁନ୍ଦରଗଡ ଏବଂ ପୁରୀରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଭଦ୍ରକ, ଦେଓଗଡ଼, ଗଞ୍ଜାମ ଏବଂ ଜଗତସିଂପୁର ଜିଲ୍ଲାରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି କନ୍ଧମାଳ, କେନ୍ଦ୍ରାପଡ଼ା, କେଉଁଝର ଏବଂ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ସୁଦ୍ଧା ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୧ ଲକ୍ଷ ୮୮ହଜାର ୬୯୫ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୨୭ ହଜାର ୧୮୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୩୨୬ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୯୪ ହଜାର ୧୦୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୨୮ ହଜାର ୭୩୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Mobile ରେ Screen Guard ବ୍ୟବହାର କରୁଛନ୍ତି କି? ହୋଇପାରେ ବିପଜ୍ଜନକ!

Share this: