Covid-19: ଆଜି ଓଡ଼ିଶାରୁ ପୁଣି ୪୩ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୪୩ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୬୩୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଝାରସୁଗୁଡା ଏବଂ ପୁରୀରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବାବେଳେ ଗଞ୍ଜାମ ଏବଂ କୋରାପୁଟରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବଲାଙ୍ଗୀରି, ବୌଦ୍ଧ, ସୁନ୍ଦରଗଡ଼ ଏବଂ ସମ୍ବଲପୁରରୁ ୨ ଲେଖାଏଁ ଅଛନ୍ତି। ସେହିପରି  କଳାହାଣ୍ଡି, କନ୍ଧମାଳ,ରାୟଗଡ଼ା ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୧ ଲକ୍ଷ ୫୬ ହଜାର ୧୯୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୮୦ ହଜାର ୫୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫ ହଜାର ୮୨ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୪୦ ହଜାର ୨୧୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୬ ହଜାର ୬୩୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | ଏଥର ଗ୍ରାହକ ନିଜେ ନିଜର କରିପାରିବେ ମିଟର ରିଡିଂ, TPCODL MITRA ଆପ୍ ଲଞ୍ଚ

[amazon_auto_links id=”9932″]

Share this: