Covid-19 Odisha Report: ଓଡ଼ିଶାରେ ପୁଣି କରୋନା ନେଲା ୬୮ ଜଣଙ୍କ ଜୀବନ, ଖୋର୍ଦ୍ଧାରୁ ୩୦

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ଆଉ ୬୮ଜଣଙ୍କ ଜୀବନ ନେଇଛି କରୋନା (Coronavirus)। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫ ହଜାର ୪୪୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୦ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ପୁରୀରୁ ୧୧ଜଣ, ଅନୁଗୁଳରୁ ୮ଜଣ, ମୟୂରଭଞ୍ଜରୁ ୭ଜଣ ଏବଂ କେନ୍ଦୁଝରୁ ୬ଜଣ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମ, ଜଗତସିଂପୁର, କନ୍ଧମାଳ, ମାଲକାନଗିରି, ନୂଆପଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୫ ଲକ୍ଷ ୧୦ ହଜାର ୬୧୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୬୫ ହଜାର ୭୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ହଜାର ୪୪ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୪୧ ହଜାର ୨୦୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯ ହଜାର ୧୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Covid-19 ରେ ମୃତ୍ୟୁବରଣ କରିଥିବା ୧୭ ଜଣ ସାମ୍ବାଦିକଙ୍କ ପାଇଁ ୨ କୋଟି ୫୫ ଲକ୍ଷ ଟଙ୍କା ମଂଜୁର

[amazon_auto_links id=”9932″]
Share this: