Covid-19 Odisha Updates: ରାଜ୍ୟରେ ଆଜି ୧୯ଜିଲ୍ଲାରୁ ୫୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରେ ଆଶାଜନକ ଭାବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଆଜି ୧୯ଜିଲ୍ଲାରୁ ୫୯ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ଵରରୁ ୪ଜଣ, ବଲାଙ୍ଗୀରି ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ, କଟକରୁ ୨ଜଣ, ଦେଓଗଡ ଜିଲ୍ଲାରୁ ୩ଜଣ, ଗଜପତିରୁ ଜଣେ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୪ଜଣ,କେଉଁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ଜଣେ,ନୟାଗଡରୁ ୩ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୨ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୯ଜଣ ଏବଂ ସୁନ୍ଦରଗଡରୁ ୬ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୪ଲକ୍ଷ ୯୨ହଜାର ୧୫୧ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୭ହଜାର ୮୦୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୦ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୫ହଜାର ୮୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୫୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read |Corona Vaccination India:କରୋନା ଟିକାକରଣ କ୍ଷେତ୍ରରେ ଭାରତ ସଫଳ, ୨ କୋଟିରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଟିକା ପ୍ରଦାନ

Share this: