Covid-19 Odisha Updates: ଆଜି ଓଡିଶାରୁ ୧୧୪୮ କରୋନା ପଜିଟିଭ ଚିହ୍ନଟ, ୨୨ ମୃତ୍ୟୁ

Share this:

ଭୁବନେଶ୍ଵର: Odisha Covid-19 news ଓଡିଶାରେ ଆଜି ୧୧୪୮ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କୋଭିଡ ନିୟମ ପାଳନ କରି ନିଜେ ସୁରକ୍ଷିତ ରହିବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ରହିବାରେ ସହାୟକ ହୁଅନ୍ତୁ। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨୪୪ଜଣ। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୬୯ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୭୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳ ଜିଲ୍ଲାରରୁ ୯୪ଜଣ, ବାଲେଶ୍ଵରରୁ ୩୪ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୧୩ଜଣ, ବଲାଙ୍ଗୀରିରୁ ୯ଜଣ, ବୌଦରୁ ୨୫ ଜଣ, କଟକରୁ ୬୫ଜଣ, ଦେଓଗଡ଼ରୁ ୨୮ଜଣ, ଢେଙ୍କାନାଳରୁ ୧୭ଜଣ, ଗଜପତିରୁ ୪୩ଜଣ, ଗଞ୍ଜାମରୁ ୧୩ଜଣ, ଜଗତସିଂପୁରରୁ ୨୬ଜଣ, ଯାଜପୁରରୁ ୩୫ଜଣ, ଝାରସୁଗୁଡାରୁ ୧୩ଜଣ, କଳାହାଣ୍ଡିରୁ ୩୫ଜଣ, କନ୍ଧମାଳରୁ ୩୩ଜଣ, କେନ୍ଦ୍ରାପଡ଼ାରୁ ୨୭ଜଣ, କେଉଁଝରରୁ ୨୨ଜଣ, କୋରପୁଟରୁ ୫୬ଜଣ, ମାଲକାନଗିରିରୁ ୭ଜଣ, ମୟୁରଭଞ୍ଜରୁ ୪୨ଜଣ, ନବରଙ୍ଗପୁରୁ ୧୮ଜଣ, ନୟାଗଡ଼ରୁ ୨୫ଜଣ, ନୂଆପଡ଼ାରୁ ୨୬ଜଣ, ପୁରୀରୁ ୧୯ଜଣ, ରାୟଗଡାରୁ ୪୪ଜଣ, ସମ୍ବଲପୁରରୁ ୪୬ଜଣ, ସୋନପୁରରୁ ୯ଜଣ, ସୁନ୍ଦରଗଡରୁ ୧୨୬ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୩୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୮୪ ଲକ୍ଷ ୧୮ ହଜାର ୯୭୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୭୭ ହଜାର ୨୬୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ହଜାର ୮୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୨୬୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ହଜାର ୩୩୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ରାଜ୍ୟରେ ୨୨ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୮୮୪ କୁ ବୃଦ୍ଧି ପାଇଛି।

Share this: