Covid-19 Odisha Updates: ଓଡ଼ିଶାରୁ ଆଜି ପାଞ୍ଚଶହ ତଳେ କରୋନା ସଂକ୍ରମିତ ଚିହ୍ନଟ, ୧୭ ମୃତ୍ୟୁ

Share this:

ଭୁବନେଶ୍ଵର: Odisha Covid-19 news ଆଜି ଓଡ଼ିଶାରୁ ୪୯୨ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। କୋଭିଡ ନିୟମ ପାଳନ କରି ନିଜେ ସୁରକ୍ଷିତ ରହିବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ରହିବାରେ ସହାୟକ ହୁଅନ୍ତୁ। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୧୨୨ଜଣ। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୮୯ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୦୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୯୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳ ଜିଲ୍ଲାରରୁ ୩ଜଣ, ବାଲେଶ୍ଵରରୁ ୯ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୯ଜଣ, ବଲାଙ୍ଗୀରିରୁ ୨ଜଣ, ବୌଦରୁ ୩ଜଣ, କଟକରୁ ୩୨ଜଣ, ଦେଓଗଡ଼ରୁ ୫ଜଣ, ଢେଙ୍କାନାଳରୁ ୫ଜଣ, ଗଜପତିରୁ ୨୬ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୪ଜଣ, ଯାଜପୁରରୁ ୩୬ଜଣ, ଝାରସୁଗୁଡାରୁ ୧୧ଜଣ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ୯ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, କେଉଁଝରରୁ ୩ଜଣ, ଖୋର୍ଦ୍ଧାରୁ ୪୫ଜଣ, କୋରପୁଟରୁ ୨୪ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜରୁ ୧୮ଜଣ, ନବରଙ୍ଗପୁରୁ ୨ଜଣ, ନୟାଗଡ଼ରୁ ୧୬ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୮ଜଣ, ରାୟଗଡାରୁ ୪୫ଜଣ, ସୋନପୁରରୁ ୫ଜଣ, ସମ୍ବଲପୁରରୁ ୩୮ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୮୮ ଲକ୍ଷ ୨୬ ହଜାର ୧୧୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୨ ହଜାର ୪୮୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୨୬୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୬୭ ହଜାର ୧୦୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬ ହଜାର ୩୦୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ରାଜ୍ୟରେ ୧୭ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯ ହଜାର ୧୧ କୁ ବୃଦ୍ଧି ପାଇଛି।

Share this: