Covid-19 Odisha Updates: ଆଜି ଓଡିଶାରୁ ୯୨୫ ପଜିଟିଭ ଚିହ୍ନଟ, ୨୨ ମୃତ୍ୟୁ

Share this:

ଭୁବନେଶ୍ଵର: Odisha Covid-19 news ଓଡିଶାରେ ଆଜି ପୁଣି ବଢିଛି କୋଭିଡ-୧୯ (Covid-19) ସଂକ୍ରମଣ। ଆଜି ରାଜ୍ୟରୁ ୯୨୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କୋଭିଡ ନିୟମ ପାଳନ କରି ନିଜେ ସୁରକ୍ଷିତ ରହିବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ରହିବାରେ ସହାୟକ ହୁଅନ୍ତୁ। ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨୦୩ଜଣ। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୪୨ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୮୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳ ଜିଲ୍ଲାରରୁ ୪୪ଜଣ, ବାଲେଶ୍ଵରରୁ ୨୨ଜଣ, ବରଗଡ଼ରୁ ୧୩ଜଣ, ଭଦ୍ରକରୁ ୧୬ଜଣ, ବଲାଙ୍ଗୀରିରୁ ୨ଜଣ, ବୌଦରୁ ୨୩ଜଣ, କଟକରୁ ୫୨ଜଣ, ଦେଓଗଡ଼ରୁ ୧୭ଜଣ, ଢେଙ୍କାନାଳରୁ ୧୫ଜଣ, ଗଜପତିରୁ ୩୮ଜଣ, ଗଞ୍ଜାମରୁ ୨୬ଜଣ, ଜଗତସିଂପୁରରୁ ୫୦ଜଣ, ଯାଜପୁରରୁ ୪୭ଜଣ, ଝାରସୁଗୁଡାରୁ ୨୪ଜଣ, କଳାହାଣ୍ଡିରୁ ୧୦ଜଣ, କନ୍ଧମାଳରୁ ୫ଜଣ, କେନ୍ଦ୍ରାପଡ଼ାରୁ ୩୪ଜଣ, କେଉଁଝରରୁ ୨୦ଜଣ, କୋରପୁଟରୁ ୪୬ଜଣ, ମାଲକାନଗିରିରୁ ୬ଜଣ, ମୟୁରଭଞ୍ଜରୁ ୩୧ଜଣ, ନବରଙ୍ଗପୁରୁ ୬ଜଣ, ନୟାଗଡ଼ରୁ ୨୧ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୩ଜଣ, ରାୟଗଡାରୁ ୧୮ଜଣ, ସମ୍ବଲପୁରରୁ ୨୯ଜଣ, ସୋନପୁରରୁ ୧୮ଜଣ, ସୁନ୍ଦରଗଡରୁ ୮୮ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୨୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୮୫ ଲକ୍ଷ ୩୩ ହଜାର ୬୪୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୭୯ ହଜାର ୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୯୫୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୫୯ ହଜାର ୭୯୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ହଜାର ୨୭୧ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ରାଜ୍ୟରେ ୨୨ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୨୬ କୁ ବୃଦ୍ଧି ପାଇଛି।

Share this: