Covid19 Odisha Updates: ରାଜ୍ୟରେ ଆଜି ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ୨୧ ଜିଲ୍ଲାରୁ ୧୧୩ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ୬୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୬ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନଗୁଳରୁ ୫ଜଣ, ବାଲେଶ୍ଵରରୁ ୨ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରିରୁ ୩ଜଣ, ବୌଦ୍ଧରୁ ଜଣେ, କଟକରୁ ୧୭ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ଜଣେ, , ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ୭ଜଣ , କେନ୍ଦ୍ରାପଡ଼ାରୁ ୩ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୧୧ ଜଣ, ନୂଆପଡ଼ାରୁ ୪ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡରୁ ୨୦ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୮ ଲକ୍ଷ ୩୫ହଜାର ୫୫୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୯ ହଜାର ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୨ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୬ହଜାର ୨୦୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୯୮  ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Odisha Night Curfew: ଓଡ଼ିଶାକୁ ଫେରିଲା ନାଇଟ କର୍ଫ୍ୟୁ, ଆଜିଠାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲାଗୁ

Share this: