Covid-19 Odisha Updates: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୧୧୦ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ବହୁତ ଦିନପରେ ଆଜି ସଂକ୍ରମିତଙ୍କ ସଂଖ୍ୟା ତିନି ଅଙ୍କରେ ପହଞ୍ଚିଛି। ଆଜି୨୨ ଜିଲ୍ଲାରୁ ୧୧୦ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୬ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନଗୁଳ (Angul) ରୁ ୬ଜଣ, ବାଲେଶ୍ଵରରୁ ୨ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ଜଣେ, କଟକରୁ ୨୦ଜଣ,ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୫ଜଣ, ଝରସୁଗୁଦାରୁ ୪ଜଣ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୯ଜଣ,ନବରଙ୍ଗପୁରରୁ ୨  ଜଣ,ପୁରୀରୁ ୩ ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡରୁ ୭ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୭ଲକ୍ଷ ୩୬ହଜାର ୬୮୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୮ହଜାର ୫୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୬ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୫   ୯୨୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୦୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read | Bank Cyber Fraud: ସାଇବର ଠକେଇର ଶିକାର ହୋଇଥିବା ଲୋକଙ୍କୁ ବ୍ୟାଙ୍କ କ୍ଷତିପୂରଣ ଦେବା ଉଚିତ୍: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ

Share this: