Covid-19 Odisha Updates: ଆଜି ରାଜ୍ୟର ୧୭ ଜିଲ୍ଲାରୁ ୬୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

covid-19

ଭୁବନେଶ୍ଵର: ରାଜ୍ୟରୁ ଆଜି ୧୭ଜିଲ୍ଲାରୁ ୬୪ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନଗୁଳରୁ ୨ଜଣ, ବାଲେଶ୍ଵରରୁ ଜଣେ,ବରଗଡ଼ରୁ ୪ଜଣ, ବଲାଙ୍ଗୀରିରୁ  ୨ଜଣ, କଟକରୁ ୭ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳରୁ ୨ଜଣ,ଗଜପତିରୁ ୪ଜଣ,ଗଞ୍ଜାମରୁ ଜଣେ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜରୁ ୮ଜଣ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡରୁ ୧୦ଜଣ, ରାୟଗଡାରୁ ଜଣେ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୫ଲକ୍ଷ ୮୦ହଜାର ୧୯ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୮ହଜାର ୫୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୬ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୫  ହଜାର ୪୦୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୭୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

You may have missed