Covid-19: ଆଜି ଓଡ଼ିଶାରୁ ୩୮ ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୩୮ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୬୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ମୟୁରଭଞ୍ଜ ଏବଂ ପୁରୀରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସମ୍ବଲପୁରରୁ ୩ଜଣ  ମୃତ୍ୟୁବରଣ କରିଛନ୍ତି। ସେହିପରି ଜଗତସିଂପୁର  ଏବଂ ଝାରସୁଗୁଡାରୁ ୨ ଲେଖାଏଁ ଅଛନ୍ତି। ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୨ ଲକ୍ଷ ୧୭ ହଜାର ୮୦୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୮୩ ହଜାର ୪୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪ ହଜାର ୫୮୭ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୪୪ ହଜାର ୮୦୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ ହଜାର ୯୬୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Chanakya Niti: ମା ଲକ୍ଷ୍ମୀ ଏହି ସ୍ଥାନରେ କେବେବି ରୁହନ୍ତି ନାହିଁ, ତୁରନ୍ତ କରନ୍ତୁ ପରିବର୍ତ୍ତନ

[amazon_auto_links id=”9932″]

Share this: