Covid-19: ରାଜ୍ୟରୁ ଆଜି ଆଉ ୪୦ଜଣ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ରାଜ୍ୟରେ ଗତକାଲି କରୋନା (Corona Virus) ଜନିତ ମୃତ୍ୟୁ ସଂଖ୍ୟା ୩୯ ଥିଲା। ପୁଣି ଆଜି ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨ ହଜାର ୯୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି କରୋନା ମୃତକଙ୍କ ମଧ୍ୟରେ ଅନୁଗୁଳରୁ ୩ଜଣ, ବୌଦ୍ଧରୁ ୩ଜଣ, ବଲାଙ୍ଗୀରିରୁ ୨ଜଣ, ବରଗଡ଼ରୁ ୨ଜଣ, ଭୁବନେଶ୍ଵରରୁ ୩ଜଣ, କଟକରୁ ୪ଜଣ, ଦେଓଗଡରୁ ୨ଜଣ, ଗଞ୍ଜାମରୁ ଜଣେ, ଝାରସୁଗୁଡାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୩ଜଣ, ମୟୁରଭଞ୍ଜରୁ ୪ଜଣ, ନୟାଗଡ଼ରୁ ଜଣେ, ସମ୍ବଲପୁରରୁ ଜଣେ ଏବଂ ସୁନ୍ଦରଗଡ଼ରୁ ୪ଜଣ ଅଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ  ୧ କୋଟି ୨୧ ଲକ୍ଷ ୧୧ ହଜାର ୧୪୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୬ ହଜାର ୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧ ହଜାର ୩୪୭ ସୁସ୍ଥ ହେବା ସହିତ ମୋଟ ୭ ଲକ୍ଷ ୨୪ ହଜାର ୪୦୨ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୮ ହଜାର ୬୮୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। 

Also Read | CHSE +2 Exam Cancelled: ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

[amazon_auto_links id=”9932″]

Share this: