Odisha Covid: ଆଜି ଓଡ଼ିଶାରୁ ନୂଆ ୨୨୮୨ ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ଓଡ଼ିଶା (Odisha) ରେ କରୋନା (Coronavirus) ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ୨ହଜାର ୨୮୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୩୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୬୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୫୯୨ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୬୧ଜଣ, ବାଲେଶ୍ଵରରୁ ୧୪୬ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୭୧ଜଣ, ବଲାଙ୍ଗୀରିରୁ ୯ଜଣ, ବୌଦ୍ଧରୁ ୧୦ଜଣ, କଟକରୁ ୨୮୯ଜଣ, ଦେଓଗଡ଼ରୁ ୬ଜଣ, ଢେଙ୍କାନାଳରୁ ୫୫ଜଣ, ଗଜପତିରୁ ୮ଜଣ, ଗଞ୍ଜାମରୁ ୧୭ଜଣ, ଜଗତସିଂପୁରରୁ ୭୩ଜଣ, ଯାଜପୁରରୁ ୧୧୧ଜଣ, ଝାରସୁଗୁଡାରୁ ୧୧ଜଣ, କଳାହାଣ୍ଡିରୁ ୧୨ଜଣ, କନ୍ଧମାଳରୁ ୨୦ଜଣ, କେନ୍ଦ୍ରାପଡ଼ାରୁ ୬୦ଜଣ, କେଉଁଝରରୁ ୫୧ଜଣ,  କୋରାପୁଟରୁ ୪୦ଜଣ, ମାଲକାନଗିରିରୁ ୩୨ଜଣ, ମୟୁରଭଞ୍ଜରୁ ୧୪୧ଜଣ, ନବରଙ୍ଗପୁରରୁ ୧୨ଜଣ, ନୟାଗଡ଼ରୁ ୮୩ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨୭ଜଣ, ରାୟଗଡାରୁ ୧୫ଜଣ, ସମ୍ବଲପୁରରୁ ୧୮ଜଣ, ସୋନପୁରରୁ ୭ଜଣ, ସୁନ୍ଦରଗଡରୁ ୬୭ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୧୭ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୫ ଲକ୍ଷ ୬୮ ହଜାର ୪୮୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୩୯ ହଜାର ୭୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୧୨୦ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୯ ହଜାର ୬୩୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୫ ହଜାର ୪୬୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Zika Virus: ଆସିଲା ଜିକା ଭାଇରସ, ୧୪ ଜଣ ରୋଗୀ ଚିହ୍ନଟ ପରେ କେରଳକୁ ଗଲେ କେନ୍ଦ୍ରୀୟ ଟିମ୍

[amazon_auto_links id=”9932″]

Share this: