Covid Cases in Odisha: ଆଜି ସୁନ୍ଦରଗଡରୁ ସର୍ବାଧିକ ସହିତ ରାଜ୍ୟରୁ ୧୦୩୦ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଗତକାଲି ଓଡିଶାରୁ ୧୧୭୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଗୁରୁବାର ୧୦୩୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୭୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୦୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୨୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୨୨୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩ଜଣ, ବାଲେଶ୍ଵରରୁ ୨୩ଜଣ, ବରଗଡ଼ରୁ ୨୨ଜଣ, ଭଦ୍ରକରୁ ୧୧ଜଣ, ବଲାଙ୍ଗୀରିରୁ ୩୫ଜଣ, ବୌଦରୁ ୧୨ଜଣ, କଟକରୁ ୫୦ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୯ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୭ଜଣ, ଜଗତସିଂପୁରରୁ ୭ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡାରୁ ୨୧ଜଣ, କଳାହାଣ୍ଡିରୁ ୨୬ଜଣ, କନ୍ଧମାଳରୁ ୨୩ଜଣ, କେନ୍ଦ୍ରାପଡ଼ାରୁ ୧୭ଜଣ, କେଉଁଝରରୁ ୧୩ଜଣ, ଖୋର୍ଦ୍ଧାରୁ ୧୬୪ଜଣ, କୋରାପୁଟରୁ ୧୭ଜଣ, ମୟୁରଭଞ୍ଜରୁ ୧୧୦ଜଣ, ନୟାଗଡରୁ ୨୦ଜଣ, ନୂଆପଡ଼ାରୁ ୧୧ଜଣ, ପୁରୀରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୮ଜଣ, ସମ୍ବଲପୁରରୁ ୭୭ଜଣ ଏବଂ ସୋନପୁରରୁ ୩୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩୬ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୫ ଲକ୍ଷ ୭୯ହଜାର ୨୬୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୦ହଜାର ୧୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦୬୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୯୩ ହଜାର ୯୫୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୯୭୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *