Covid Cases in Odisha: ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ, ଆଜି ୧୧୭୪ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଗତ ୨ ଦିନ ହଜାରେ ତଳକୁ ରହୁଥିଲା ଦୈନିକ କରୋନା ସଂକ୍ରମଣ (Corona Virus) ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଓଡିଶାରୁ ୬୬୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବୁଧବାର ୧୧୭୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୫୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୮୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୮୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୩୧୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩ଜଣ, ବାଲେଶ୍ଵରରୁ ୧୬ଜଣ, ବରଗଡ଼ରୁ ୨୩ଜଣ, ଭଦ୍ରକରୁ ୭ଜଣ, ବଲାଙ୍ଗୀରିରୁ ୩୨ଜଣ, ବୌଦରୁ ୪ଜଣ, କଟକରୁ ୬୩ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୯ଜଣ, ଢେଙ୍କାନାଳରୁ ୫ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ୧୧ଜଣ, ଯାଜପୁରରୁ ୧୬ଜଣ, ଝାରସୁଗୁଡାରୁ ୧୩ଜଣ, କଳାହାଣ୍ଡିରୁ ୧୯ଜଣ, କନ୍ଧମାଳରୁ ୨୮ଜଣ, କେନ୍ଦ୍ରାପଡ଼ାରୁ ୫ଜଣ, କେଉଁଝରରୁ ୧୦ଜଣ, କୋରାପୁଟରୁ ୧୬ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୮୭ଜଣ, ନବରଙ୍ଗପୁରରୁ ୧୬ଜଣ, ନୟାଗଡରୁ ୨୫ଜଣ, ନୂଆପଡ଼ାରୁ ୯ଜଣ, ପୁରୀରୁ ୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୨ଜଣ, ସମ୍ବଲପୁରରୁ ୮୯ଜଣ, ସୋନପୁରରୁ ୧୪ଜଣ ଏବଂ ସୁନ୍ଦରଗଡରୁ ୨୬୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪୮ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୫ ଲକ୍ଷ ୫୮ହଜାର ୪୫୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୯ହଜାର ୮୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨୧୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୯୨ହଜାର ୮୮୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୦୫୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *