Covid Cases in Odisha: ଓଡ଼ିଶାରେ କମୁଛି କରୋନା ସଂକ୍ରମଣ, ଆଜି ୧୨୫ ଚିହ୍ନଟ

Share this:

ଭୁବନେଶ୍ଵର: Covid-19 Cases in Odisha State Dashboard in last 24 hours district wise ଓଡ଼ିଶାରେ କମୁଛି କରୋନା ସଂକ୍ରମଣ (Coronavirus)। ଗତକାଲି ଓଡ଼ିଶାରୁ ୨୦୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୨୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ଜଣେ, ବରଗଡ଼ରୁ ୬ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୨ଜଣ, କଟକରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୩ଜଣ, ଗଜପତିରୁ ୨ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ଜଣେ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୨୩ଜଣ,କୋରପୁଟରୁ ୨ଜଣ, ମୟୂରଭଞ୍ଜରୁ ୨ଜଣ, ନବରଂଗପୁରରୁ ୪ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୯ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୧୯ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୧୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୪ ଲକ୍ଷ ୩୪ହଜାର ୪୬୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୧ହଜାର ୯୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୮୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୧ ହଜାର ୧୨୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୫୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9939″]

mahimalive news

Read Also | High security number plate: ଅକ୍ଟୋବର ୧ରୁ ନମ୍ବର ପ୍ଲେଟ ଯାଞ୍ଚ, ହେବ ୧୦ ହଜାର ଜୋରିମାନା

Best Mobiles Under 15000
Share this:

Leave a Reply

Your email address will not be published. Required fields are marked *