Covid Cases in Odisha: ଓଡ଼ିଶାରୁ ଆଜି ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid-19 Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୧୯୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୫୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ଜଣେ, ବରଗଡ଼ରୁ ୭ଜଣ, ବଲାଙ୍ଗୀରରୁ ୭ଜଣ, କଟକରୁ ୨୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ୩ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୬ଜଣ, ଯାଜପୁରରୁ ୩ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୨୮ଜଣ, କୋରାପୁଟରୁ ୨ଜଣ, ମୟୂରଭଞ୍ଜରୁ ୨ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡରୁ ୫ଜଣ, ନୂଆପଡ଼ାରୁ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୦ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୩ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୧୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୩ ଲକ୍ଷ ୫୪ ହଜାର ୪୧୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୦ହଜାର ୫୯୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୦୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୯ ହଜାର ୫୮୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୬୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

mahimalive news

Read Also | Railway Recruitment 2022 Advt: ବିନା ପରୀକ୍ଷାରେ ଭାରତୀୟ ରେଳବାଇରେ ଚାକିରି, ଜାଣନ୍ତୁ ଯୋଗ୍ୟତା କ’ଣ?

Share this:

Leave a Reply

Your email address will not be published. Required fields are marked *