Covid Cases in Odisha 2022: କମୁଛି ସଂକ୍ରମଣ, ଆଜି ୧୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha State Dashboard in last 24 hours district wise ଓଡ଼ିଶାରେ କମୁଛି କରୋନା ସଂକ୍ରମଣ। ଗତକାଲି ରାଜ୍ୟରୁ ୨୭୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୮୭ଜଣ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ଆଜି ଅଧିକ ସଂକ୍ରମିତ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

Read Also | Kalia Yojana New List 2022: ନୂଆଖାଇରେ ମିଳିବ କାଳିଆ ସହାୟତା କିସ୍ତି

ଆଜି ବାଲେଶ୍ଵରରୁ ୬ଜଣ, ବରଗଡ଼ରୁ ୫ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୧୦ଜଣ, କଟକରୁ ୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡାରୁ ୫ଜଣ, କେଉଁଝରରୁ ୩ଜଣ, ଖୋର୍ଦ୍ଧାରୁ ୩୪ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ୭ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୭ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୮ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୩୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୮ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୧ ଲକ୍ଷ ୯୩ ହଜାର ୭୫୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୭ ହଜାର ୮୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୪୦ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୬ ହଜାର ୮୧୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୦୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *