Covid Cases in Odisha 2022: ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha State Dashboard in last 24 hours district wise ଗତକାଲି ରାଜ୍ୟରୁ ୨୨୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୩୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

ଆଜି ଅନୁଗୁଳରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୮ଜଣ, ବୌଦରୁ ୧ଜଣ, କଟକରୁ ୩୦ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ୪ଜଣ, ଯାଜପୁରରୁ ୮ଜଣ, କଳାହାଣ୍ଡିରୁ ୧୦ଜଣ, କନ୍ଧମାଳରୁ ୧ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୬୧ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ୯ଜଣ, ନୟାଗଡରୁ ୫ଜଣ, ନୂଆପଡ଼ାରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୩ଜଣ, ରାୟଗଡାରୁ ୫ଜଣ, ସମ୍ବଲପୁରରୁ ୧୨ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୪୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୫ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୧ ଲକ୍ଷ ୬୩ ହଜାର ୫୮୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୭ ହଜାର ୩୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୪୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୬ ହଜାର ୧୭୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୯୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *