Covid Cases in Odisha: ଓଡିଶାରୁ ଆଜି ୨୦୩ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Covid cases in Odisha in last 24 hours district Wise ରାଜ୍ୟରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ। ଗତକାଲି ରାଜ୍ୟରୁ ୨୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୦୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ୧୧ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୧୪ଜଣ, ବୌଦରୁ ଜଣେ, କଟକରୁ ୧୦ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଗଜପତିରୁ ୩ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୭ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ଜଣ, ଖୋର୍ଦ୍ଧାରୁ ୩୨ଜଣ, କୋରାପୁଟରୁ ୧ଜଣ, ମୟୂରଭଞ୍ଜରୁ ୯ଜଣ, ନବରଙ୍ଗପୁରରୁ ୮ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୯ଜଣ, ରାୟଗଡାରୁ ୪ଜଣ, ସମ୍ବଲପୁରରୁ ୮ଜଣ, ସୁନ୍ଦରଗଡରୁ ୩୪ଜଣ ଏବଂ ସୋନପୁରରୁ ୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୭ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୩୦ ଲକ୍ଷ ୩୫ ହଜାର ୪୧୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୫ ହଜାର ୨୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୩ ହଜାର ୬୭୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୩୬୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
[amazon_auto_links id=”9939″]