Covid Cases in Odisha: ରାଜ୍ୟରୁ ୨୦୬ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଗତକାଲି ରାଜ୍ୟରୁ ୨୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୦୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବରଗଡ଼ରୁ ୯ଜଣ, ବଲାଙ୍ଗୀରରୁ ୭ଜଣ, ବୌଦରୁ ୨ଜଣ, କଟକରୁ ୧୬ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଗଜପତିରୁ ୪ଜଣ, ଗଞ୍ଜାମରୁ ୨ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡାରୁ ୨ଜଣ, ଖୋର୍ଦ୍ଧାରୁ ୪୮ଜଣ, କୋରାପୁଟରୁ ୧୧ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୬ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୬ଜଣ, ନୂଆପଡ଼ାରୁ ୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୩ଜଣ, ସମ୍ବଲପୁରରୁ ୧୩ଜଣ, ସୁନ୍ଦରଗଡରୁ ୩୬ଜଣ ଏବଂ ସୋନପୁରରୁ ଜଣେ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୨ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୩୦ ଲକ୍ଷ ୪୯ ହଜାର ୪୬୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୫ ହଜାର ୪୭୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୨୬ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୪ ହଜାର ୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨୪୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *