Covid Cases in Odisha 2022: ଆଜି ରାଜ୍ୟରୁ ୨୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha State Dashboard in last 24 hours district wise ଗତକାଲି ରାଜ୍ୟରୁ ୨୫୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୨୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୨୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

ଆଜି ବାଲେଶ୍ଵରରୁ ୩ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୧ଜଣ, ବଲାଙ୍ଗୀରରୁ ୧୪ଜଣ, ବୌଦରୁ ୨ଜଣ, କଟକରୁ ୧୨ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ୧୦ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡାରୁ ୧ଜଣ, ଖୋର୍ଦ୍ଧାରୁ ୫୮ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୫ଜଣ, ନବରଙ୍ଗପୁରରୁ ୧୩ଜଣ, ନୟାଗଡରୁ ୩ଜଣ, ନୂଆପଡ଼ାରୁ ୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ଜଣେ, ରାୟଗଡାରୁ ୩ଜଣ, ସମ୍ବଲପୁରରୁ ୧୫ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୩୫ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୧ ଲକ୍ଷ ୪୮ ହଜାର ୩୦୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୭ ହଜାର ୧୫୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୦୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୫ ହଜାର ୯୨୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୯୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Wheat Export Ban: କମିବ ଅଟା ଦାମ; ଗହମ ପରେ ଅଟା ରପ୍ତାନୀରେ ବ୍ୟାନ, କ୍ୟାବିନେଟ୍ ର ଅନୁମୋଦନ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *