Covid Cases in Odisha: ଓଡିଶାରୁ ୨୪୫ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid-19 Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୨୬୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୪୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

ଆଜି ବାଲେଶ୍ଵରରୁ ୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ୧୨ଜଣ, ବୌଦରୁ ଜଣେ, କଟକରୁ ୧୨ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ୬ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡାରୁ ୨ଜଣ, କେଉଁଝରରୁ ୬ଜଣ, ଖୋର୍ଦ୍ଧାରୁ ୩୩ଜଣ, କୋରାପୁଟରୁ ୨ଜଣ, ମୟୂରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ୧୭ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୨ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୧୬ଜଣ, ସୋନପୁରରୁ ୫ଜଣ, ସୁନ୍ଦରଗଡରୁ ୫୮ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୮ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୩ ଲକ୍ଷ ୩୦ ହଜାର ୮୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୦ହଜାର ୨୪୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୪୬ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୯ ହଜାର ୨୪୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୫୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *