Covid Cases in Odisha: ରାଜ୍ୟରୁ କମିଲା କରୋନା ସଂକ୍ରମଣ, ଆଜି ୨୫୫ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି କମିଛି କରୋନା ସଂକ୍ରମଣ (Coronavirus Odisha)। ଗତକାଲି ରାଜ୍ୟରୁ ୩୮୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୫୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୫୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୭ଜଣ, ବରଗଡ଼ରୁ ୫ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରିରୁ ୭ଜଣ, କଟକରୁ ୧୩ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୧ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ୧୪ଜଣ, କନ୍ଧମାଳରୁ ୧ଜଣ, କୋରାପୁଟରୁ ୩ଜଣ, ମୟୂରଭଞ୍ଜରୁ ୧୧ଜଣ, ନବରଙ୍ଗପୁରରୁ ୧୨ଜଣ, ନୟାଗଡରୁ ୭ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୧୪ଜଣ, ସୁନ୍ଦରଗଡରୁ ୪୪ଜଣ ଏବଂ ସୋନପୁରରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୯ ଲକ୍ଷ ୩୫ ହଜାର ୧୯୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୩ ହଜାର ୩୦୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୭୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୦ ହଜାର ୬୩୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪୬୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

[amazon_auto_links id=”10233″]

Read Also | Independence Day 2022: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍‌ କିଲ୍ଲାରୁ କହିଲେ; ଦେଶର ବିକାଶ ପାଇଁ ଆଗାମୀ ୨୫ ବର୍ଷର ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ

Share this:

Leave a Reply

Your email address will not be published. Required fields are marked *