Covid Cases in Odisha: ରାଜ୍ୟରୁ ଆଜି ୨୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି ବଢିଛି କରୋନା ସଂକ୍ରମଣ (Coronavirus Odisha)। ଗତକାଲି ରାଜ୍ୟରୁ ୨୫୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୮୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୧୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୬୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨ଜଣ, ବାଲେଶ୍ଵରରୁ ୮ଜଣ, ବରଗଡ଼ରୁ ୯ଜଣ, ବଲାଙ୍ଗୀରିରୁ ୯ଜଣ, ବୌଦରୁ ୪ଜଣ, କଟକରୁ ୨୨ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୫ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡାରୁ ୩ଜଣ, କଳାହାଣ୍ଡିରୁ ୭ଜଣ, କେନ୍ଦ୍ରାପଡାରୁ ୪ଜଣ, କେଉଁଝରରୁ ୨ଜଣ, କୋରାପୁଟରୁ ୫ଜଣ, ମୟୂରଭଞ୍ଜରୁ ୧୨ଜଣ, ନବରଙ୍ଗପୁରରୁ ୫ଜଣ, ନୟାଗଡରୁ ୧୨ଜଣ, ନୂଆପଡ଼ାରୁ ୧୫ଜଣ, ପୁରୀରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୮ଜଣ, ସୁନ୍ଦରଗଡରୁ ୪୫ଜଣ ଏବଂ ସୋନପୁରରୁ ୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୯ ଲକ୍ଷ ୫୧ ହଜାର ୩୬୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୩ ହଜାର ୫୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୫୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୧ ହଜାର ୩୯୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୮୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

[amazon_auto_links id=”10233″]

Share this:

Leave a Reply

Your email address will not be published. Required fields are marked *