Covid Cases in Odisha: ଦିନକୁ ଦିନ କମୁଛି କରୋନା ସଂକ୍ରମଣ, ଆଜି ୨୭ ଜିଲ୍ଲାରୁ ୨୮୭ ଜଣ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ରାଜ୍ୟରେ ଦିନକୁ ଦିନ କମୁଛି କରୋନା ସଂକ୍ରମଣ। ଗତକାଲି ରାଜ୍ୟରୁ ୩୨୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୨୮୭ଜଣ ଚିହ୍ନଟ ହୋଇଛନ୍ତି। ଯାହା କାଲିଠାରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୬୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୬୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୧୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ୧୦ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୧୧ଜଣ, ବୌଦରୁ ୩ଜଣ, କଟକରୁ ୧୩ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୭ଜଣ, କଳାହାଣ୍ଡିରୁ ୧୯ଜଣ, କନ୍ଧମାଳରୁ ୫ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୫୫ଜଣ, କୋରାପୁଟରୁ ୨ଜଣ, ମୟୂରଭଞ୍ଜରୁ ୧୩ଜଣ, ନବରଙ୍ଗପୁରରୁ ୧୪ଜଣ, ନୟାଗଡରୁ ୬ଜଣ, ନୂଆପଡ଼ାରୁ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୩ଜଣ, ରାୟଗଡାରୁ ୨ଜଣ, ସମ୍ବଲପୁରରୁ ୧୬ଜଣ, ସୁନ୍ଦରଗଡରୁ ୫୭ଜଣ ଏବଂ ସୋନପୁରରୁ ୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୨ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୩୦ ଲକ୍ଷ ୨୦ ହଜାର ୭୭୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୫ ହଜାର ୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୫୯ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୩ ହଜାର ୩୬୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪୮୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *