Covid Cases in Odisha: ଓଡ଼ିଶାରେ ଆଜି ଆଉ ୩୮୫ ଜଣ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଗତକାଲି ରାଜ୍ୟରୁ ୪୮୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୩୮୫ଜଣ ଚିହ୍ନଟ ହୋଇଛନ୍ତି। ଯାହା କାଲିଠାରୁ କମ୍ ଅଛି ସଂକ୍ରମଣ। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୫୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୬୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୮୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୭ଜଣ, ବରଗଡ଼ରୁ ୧୫ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨୦ଜଣ, ବୌଦରୁ ୮ଜଣ, କଟକରୁ ୧୦ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଗଜପତିରୁ ୬ଜଣ, ଜଗତସିଂପୁରରୁ ଜଣେ, ଗଞ୍ଜାମରୁ ୨ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡାରୁ ୩ଜଣ, କଳାହାଣ୍ଡିରୁ ୧୭ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡାରୁ ୪ଜଣ, କେଉଁଝରରୁ ୭ଜଣ, କୋରାପୁଟରୁ ୩ଜଣ, ମୟୂରଭଞ୍ଜରୁ ୧୪ଜଣ, ନବରଙ୍ଗପୁରରୁ ୧୩ଜଣ, ନୟାଗଡରୁ ୧୧ଜଣ, ନୂଆପଡ଼ାରୁ ୧୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୨୨ଜଣ, ସୁନ୍ଦରଗଡରୁ ୮୩ଜଣ ଏବଂ ସୋନପୁରରୁ ୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୧ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୯ ଲକ୍ଷ ୮୭ ହଜାର ୯୫୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୪ ହଜାର ୪୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୦୨ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୨ ହଜାର ୪୪୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୭୯୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *