Covid Cases in Odisha: ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ,୨୪ ଘଣ୍ଟାରେ ୪୮୨ଜଣ ଚିହ୍ନଟ

odisha_corona
Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Coronavirus Odisha)। ଗତକାଲି ରାଜ୍ୟରୁ ୨୮୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୪୮୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୮୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୯୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୦୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧ ଜଣ, ବାଲେଶ୍ଵରରୁ ୯ଜଣ, ବରଗଡ଼ରୁ ୯ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨୪ଜଣ, ବୌଦରୁ ୩୭ଜଣ, କଟକରୁ ୧୬ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଗଜପତିରୁ ୬ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡାରୁ ୮ଜଣ, କଳାହାଣ୍ଡିରୁ ୧୬ଜଣ, କେନ୍ଦ୍ରାପଡାରୁ ୬ଜଣ, କେଉଁଝରରୁ ୧୦ଜଣ, ଖୋର୍ଦ୍ଧାରୁ ୭୧ଜଣ, କୋରାପୁଟରୁ ୫ଜଣ, ମୟୂରଭଞ୍ଜରୁ ୧୭ଜଣ, ନବରଙ୍ଗପୁରରୁ ୨୭ଜଣ, ନୟାଗଡରୁ ୧୧ଜଣ, ନୂଆପଡ଼ାରୁ ୧୭ଜଣ, ପୁରୀରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୫ଜଣ, ସମ୍ବଲପୁରରୁ ୨୬ଜଣ ଏବଂ ସୋନପୁରରୁ ୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୭ଜଣ ଚିହ୍ନଟ ହୋଇଛନ୍ତି।

mahimalive news

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୯ ଲକ୍ଷ ୬୯ହଜାର ୪୦୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୪ ହଜାର ୬୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୫୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୧ ହଜାର ୯୪୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୦୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

Share this:

Leave a Reply

Your email address will not be published.