Covid Cases in Odisha: ଆଜି ଓଡ଼ିଶାରୁ ୪୮୭ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି ପୁଣି କମିଛି କରୋନା ସଂକ୍ରମଣ (Coronavirus Odisha)। ଗତକାଲି ରାଜ୍ୟରୁ ୬୫୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୪୮୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୮୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୮୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୦୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୩୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୩ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରିରୁ ୧୧ଜଣ, ବୌଦରୁ ୧୩ଜଣ, କଟକରୁ ୩୧ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୭ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡାରୁ ୩ଜଣ, କଳାହାଣ୍ଡିରୁ ୨୧ଜଣ, କନ୍ଧମାଳରୁ ୭ଜଣ, କେନ୍ଦ୍ରାପଡାରୁ ୨ଜଣ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୭୮ଜଣ, କୋରାପୁଟରୁ ୫ଜଣ, ମୟୁରଭଞ୍ଜରୁ ୧୫ଜଣ, ନବରଙ୍ଗପୁରରୁ ୬ଜଣ, ନୟାଗଡରୁ ୧୪ଜଣ, ନୂଆପଡ଼ାରୁ ୧୫ଜଣ, ପୁରୀରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୯ଜଣ, ସମ୍ବଲପୁରରୁ ୩୯ଜଣ ଏବଂ ସୋନପୁରରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୯ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୮ ଲକ୍ଷ ୧୯ ହଜାର ୬୧୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୦ହଜାର ୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୩୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୫ ହଜାର ୨୬୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୫୪୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Read Also | Odisha Weather Report: ରାଜ୍ୟରେ ଆଉ ୩ ଦିନ ପ୍ରବଳ ବର୍ଷା

Share this:

Leave a Reply

Your email address will not be published. Required fields are marked *