Covid Cases in Odisha: ଆଜି ପୁଣି ବଢିଲା କରୋନା ସଂକ୍ରମଣ, ଆଜି ୪୮୮ ଜଣ ଚିହ୍ନଟ
ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Coronavirus Odisha)। ଗତକାଲି ରାଜ୍ୟରୁ ୪୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୪୮୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୧୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୨୮୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୦୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୦୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ଵରରୁ ୮ଜଣ, ବରଗଡ଼ରୁ ୨୨ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରିରୁ ୨୦ଜଣ, ବୌଦରୁ ୪୦ଜଣ, କଟକରୁ ୧୧ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୧୨ଜଣ, କଳାହାଣ୍ଡିରୁ ୩୧ଜଣ, କନ୍ଧମାଳରୁ ୪ଜଣ, ଖୋର୍ଦ୍ଧାରୁ ୬୬ଜଣ, କୋରାପୁଟରୁ ୬ଜଣ, ମାଲକାନଗିରିରୁ ଜଣେ, ନବରଙ୍ଗପୁରରୁ ୨୦ଜଣ, ନୟାଗଡରୁ ୯ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୪ଜଣ, ସମ୍ବଲପୁରରୁ ୨୬ଜଣ ଏବଂ ସୋନପୁରରୁ ୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୯ ଲକ୍ଷ ୮ ହଜାର ୧୨୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୨ ହଜାର ୬୭୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୬୭ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୯ ହଜାର ୬୭୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭୮୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
[amazon_auto_links id=”10233″]