Covid Cases in Odisha: ଆଜି ରାଜ୍ୟରୁ ୫୩୦ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି କମିଛି କରୋନା ସଂକ୍ରମଣ (Coronavirus Odisha)। ଗତକାଲି ରାଜ୍ୟରୁ ୬୫୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୫୩୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୨୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୧୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୬୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୯ଜଣ, ବରଗଡ଼ରୁ ୧୯ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୨୮ଜଣ, ବୌଦରୁ ୩୪ଜଣ, କଟକରୁ ୧୪ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୮ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୧୩ଜଣ, ଝାରସୁଗୁଡାରୁ ୫ଜଣ, କଳାହାଣ୍ଡିରୁ ୭ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡାରୁ ୨ଜଣ, କେଉଁଝରରୁ ୭ଜଣ, ଖୋର୍ଦ୍ଧାରୁ ୬୫ଜଣ, କୋରାପୁଟରୁ ୧୦ଜଣ, ମୟୁରଭଞ୍ଜରୁ ୨୧ଜଣ, ନବରଙ୍ଗପୁରରୁ ୮ଜଣ, ନୟାଗଡରୁ ୧୭ଜଣ, ପୁରୀରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୮ଜଣ, ସମ୍ବଲପୁରରୁ ୪୪ଜଣ ଏବଂ ସୋନପୁରରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୬ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୮ ଲକ୍ଷ ୫୭ ହଜାର ୩୮୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୧ ହଜାର ୧୯୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦୫୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୭ହଜାର ୩୦୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୬୮୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Read Also | Weather Report Odisha: ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ଜାରି, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Share this:

Leave a Reply

Your email address will not be published. Required fields are marked *