Covid Cases in Odisha: ଓଡ଼ିଶାରେ ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ, ଆଜି ୫୮୩ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ (Coronavirus Odisha)। ଦିନେ କମିଲେ ଦିନେ ବଢୁଛି କରୋନା ପଜିଟିଭ ସଂଖ୍ୟା। ଗତକାଲି ରାଜ୍ୟରୁ ୫୩୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୫୮୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୨୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୪୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୪୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୩୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୧୦ଜଣ, ବରଗଡ଼ରୁ ୨୨ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରିରୁ ୨୬ଜଣ, ବୌଦରୁ ୫ଜଣ, କଟକରୁ ୧୪ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଗଜପତିରୁ ୬ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୭ଜଣ, କଳାହାଣ୍ଡିରୁ ୩୯ଜଣ, କନ୍ଧମାଳରୁ ୧୪ଜଣ, କେନ୍ଦ୍ରାପଡାରୁ ୧ଜଣ, କେଉଁଝରରୁ ୧୧ଜଣ, ଖୋର୍ଦ୍ଧାରୁ ୭୭ଜଣ, କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ୪୦ଜଣ, ନବରଙ୍ଗପୁରରୁ ୨୩ଜଣ, ନୟାଗଡରୁ ୧୭ଜଣ, ପୁରୀରୁ ୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୯ଜଣ, ସମ୍ବଲପୁରରୁ ୨୨ଜଣ ଏବଂ ସୋନପୁରରୁ ୧୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୭ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୮ ଲକ୍ଷ ୭୪ ହଜାର ୫୯୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୧ ହଜାର ୭୮୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୬୨ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୮ ହଜାର ୧୬୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୪୦୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Read Also | Weather Report Odisha: ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ଜାରି, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Share this:

Leave a Reply

Your email address will not be published. Required fields are marked *