Covid Cases in Odisha: ଓଡ଼ିଶାରେ କମୁଛି ସଂକ୍ରମଣ, ଆଜି ୬୫୨ ଚିହ୍ନଟ
ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି କମିଛି କରୋନା ସଂକ୍ରମଣ (Coronavirus Odisha)। ଯାହା ଏକ ଖୁସି ଖବର। ଗତକାଲି ରାଜ୍ୟରୁ ୭୩୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ୬୫୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୩୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୩୮୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୭୧ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୩୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ଵରରୁ ୬ଜଣ, ବରଗଡ଼ରୁ ୪୬ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୪୭ଜଣ, ବୌଦରୁ ୩ଜଣ, କଟକରୁ ୧୪ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୭ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୮ଜଣ, ଝାରସୁଗୁଡାରୁ ୯ଜଣ, କଳାହାଣ୍ଡିରୁ ୩୬ଜଣ, କନ୍ଧମାଳରୁ ୧୩ଜଣ, କେନ୍ଦ୍ରାପଡାରୁ ୨ଜଣ, କେଉଁଝରରୁ ଜଣେ, ଖୋର୍ଦ୍ଧାରୁ ୭୦ଜଣ, କୋରାପୁଟରୁ ୧୧ଜଣ, ମୟୁରଭଞ୍ଜରୁ ୪୩ଜଣ, ନବରଙ୍ଗପୁରରୁ ୩୪ଜଣ, ନୟାଗଡରୁ ୧୮ଜଣ, ନୂଆପଡ଼ାରୁ ୧୬ଜଣ, ପୁରୀରୁ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୫ଜଣ, ସମ୍ବଲପୁରରୁ ୫୮ଜଣ ଏବଂ ସୋନପୁରରୁ ୨୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୫ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୮ ଲକ୍ଷ ୪ ହଜାର ୩୯୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୯ ହଜାର ୫୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୦୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୪ ହଜାର ୫୨୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୭୯୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
[amazon_auto_links id=”9932″]
Read Also | Odisha Weather Report: ରାଜ୍ୟରେ ଆଉ ୩ ଦିନ ପ୍ରବଳ ବର୍ଷା