Covid Cases in Odisha: ଆଜି ଓଡ଼ିଶାରୁ ୬୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି ମଧ୍ୟ କମ ରହିଛି କରୋନା ସଂକ୍ରମଣ। (Corona Virus) ଗତକାଲି ଓଡିଶାରୁ ୭୩୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଙ୍ଗଳବାର ୬୬୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୭୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୧୫୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩ଜଣ, ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୧୩ଜଣ, ବଲାଙ୍ଗୀରିରୁ ୯ଜଣ, ବୌଦରୁ ୪ଜଣ, କଟକରୁ ୩୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୫ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ଜଣେ, ଜଗତସିଂପୁରରୁ ୧୦ଜଣ, ଯାଜପୁରରୁ ୮ଜଣ, ଝାରସୁଗୁଡାରୁ ୪ଜଣ, କଳାହାଣ୍ଡିରୁ ୧୨ଜଣ, କନ୍ଧମାଳରୁ ୯ଜଣ, କେନ୍ଦ୍ରାପଡ଼ାରୁ ୩ଜଣ, କୋରାପୁଟରୁ ୧୫ଜଣ, ମୟୁରଭଞ୍ଜରୁ ୭୮ଜଣ, ନବରଙ୍ଗପୁରରୁ ୬ଜଣ, ନୟାଗଡରୁ ୧୨ଜଣ, ପୁରୀରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୧ଜଣ, ସମ୍ବଲପୁରରୁ ୧୩ଜଣ, ସୋନପୁରରୁ ୧୩ଜଣ ଏବଂ ସୁନ୍ଦରଗଡରୁ ୧୪୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୮ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୫ ଲକ୍ଷ ୩୬ହଜାର ୯୬୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୭ହଜାର ୯୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦୦୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୯୧ହଜାର ୬୬୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୦୫୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”10233″]

Share this:

Leave a Reply

Your email address will not be published. Required fields are marked *