Covid Cases in Odisha: ଓଡ଼ିଶାରେ କମୁଛି କରୋନା ସଂକ୍ରମଣ, ଆଜି ୭୩୯ ଜଣ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ କମୁଛି କରୋନା ସଂକ୍ରମଣ (Corona Virus) ଗତକାଲି ଓଡିଶାରୁ ୧୦୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୭୩୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୯୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୦୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୧୩୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨ଜଣ, ବାଲେଶ୍ଵରରୁ ୮ଜଣ, ବରଗଡ଼ରୁ ୨୦ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରିରୁ ୧୭ଜଣ, ବୌଦରୁ ୯ଜଣ, କଟକରୁ ୩୪ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୭ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୪ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୧୮ଜଣ, କଳାହାଣ୍ଡିରୁ ୧୦ଜଣ, କନ୍ଧମାଳରୁ ୧୧ଜଣ, କେନ୍ଦ୍ରାପଡ଼ାରୁ ୫ଜଣ, କେଉଁଝରରୁ ୧୨ଜଣ, କୋରାପୁଟରୁ ୧୨ଜଣ, ମୟୁରଭଞ୍ଜରୁ ୮୪ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡରୁ ୨୨ଜଣ, ପୁରୀରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୧୫ଜଣ, ସମ୍ବଲପୁରରୁ ୧୧୩ଜଣ, ସୋନପୁରରୁ ୧୫ଜଣ ଏବଂ ସୁନ୍ଦରଗଡରୁ ୧୧୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୫ ଲକ୍ଷ ୧୯ହଜାର ୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୭ହଜାର ୨୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୭୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୯୦ହଜାର ୬୬୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭,୪୦୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news
Share this:

Leave a Reply

Your email address will not be published. Required fields are marked *